Biju’s Knife yet on the Chest of Oriya Language – XIV

Author: admin

ଓଡ଼ିଶା ପ୍ରଦେଶ ସୃଷ୍ଟିର ଏକମାତ୍ର ଉଦ୍ଦେଶ୍ୟ ଥିଲା ଓଡ଼ିଆ ଭାଷାରେ ଏହାର ପରିଚାଳନା । ଏଥିପାଇଁ ୧୯୫୪ ରେ ଓଡ଼ିଶାର ପ୍ରଥମ ନିର୍ବାଚିତ ବିଧାନସଭା ପ୍ରଣୟନ ଓ ପ୍ରବର୍ତ୍ତନ କରିଥିଲା ଓଡ଼ିଶା ଦାପ୍ତରିକ ଭାଷା ଆଇନ (Odisha Official Language Act) । ଏହି ଆଇନ କାର୍ଯ୍ୟକାରୀ ହୋଇପାରୁନଥିବାରୁ ୨୦୧୫ ରେ ଗଠିତ ମନ୍ତ୍ରୀସ୍ତରୀୟ କମିଟିରେ ସଦସ୍ୟ ଥିବା ସୁଭାଷ ଚନ୍ଦ୍ର ପଟ୍ଟନାୟକ ଆଇନ ସଂଶୋଧନ ମାଧ୍ୟମରେ ଏହି ଆଇନର ସଶକ୍ତିକରଣ ପାଇଁ ନିଜର ପ୍ରସ୍ତାବ ସହ ଏକ ଚିଠାବିଧାନ ପ୍ରଦାନ କରିଥିଲେ । ତାହାକୁ ସମ୍ପୂର୍ଣତଃ କାର୍ଯ୍ୟକାରୀ କରାଯାଇଥିଲେ ଓଡ଼ିଆରେ ଓଡ଼ିଶା ଚାଲିଥାନ୍ତା ଓ ଓଡ଼ିଆ ଜାତି ତା'ର ଭାଷା ଅଧିକାର ପାଇଥାନ୍ତା । ତାହା କରାଗଲା ନାହିଁ । ଓଲଟି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଧାନସଭାକୁ ବିଭ୍ରାନ୍ତ କରି ପ୍ରମାଦପୂର୍ଣ ସଂଶୋଧନ ଦ୍ଵାରା ଆଇନଟିକୁ ଅକର୍ମଣ୍ୟ କରିଦେଇଛନ୍ତି । ଏହାର ପ୍ରତିକାର ପାଇଁ ପ୍ରତିଷ୍ଠା ହୋଇଛି ଭାଷା ଆନ୍ଦୋଳନ, ଓଡ଼ିଶା । ଏହି ୱେବସାଇଟ ସେହି ଆନ୍ଦୋଳନର ନଭମଞ୍ଚ ।

3 thoughts on “Biju’s Knife yet on the Chest of Oriya Language – XIV”

  1. Indrabhuti nka bibhuti Sambalpur ra Maa, Mati o Bhasa ku pranam. Aama Mayurbhanj re madhya semiti eka Maa, Maati o Bhasa ra swatantrata achhi. Ehaku apan mae Panchapir o Bamanghati upakhandare prajyapta bhabe anubhab kari paribe. E sabu Odisha Maa ra bhinna bhhinna Bhija Matira Gandha. Ehahin bibidhatare ekata !

  2. ଓଡିଆଗଣ ବୁଝିବେ ଆଉ କେବେ? ଓଡିଶା ଓଡିଆଙ୍କର ଓଡିଆ ପାଇଁ ଓଡିଆଙ୍କ ଦ୍ଵାରା ଆଉ କେତେ କୁହାଯାଉଥିବ? ନିଜ ମାଆା ଥାଉ ଥାଉ ଅନ୍ୟ ନାରୀକୁ ନମସ୍କାର କରିବ କି ଆଗ? ଅନ୍ନ ଥାଉ ଥାଉ ପଣାପାଣି କିଏ କିଆଁ ନେବ?

Leave a Reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.