ପାଞ୍ଚଶହ ପଞ୍ଚସ୍ଟରୀ ଦିନରେ ଭାଷା ଆନ୍ଦୋଳନ

ଆଜିର କଳାପତାକା ଅଭିଯାତ୍ରୀ : ନବ କିଶୋର ସ୍ବାଇଁ, ସସ୍ମିତା ବାରିକ, ଗାୟତ୍ରୀ ପାଢ଼ୀ, ଅଭିଷେକ ଜେନା ∣

ଓଡ଼ିଆରେ ଓଡ଼ିଶାର ଶାସନ : ଖିଲାପକାରୀକୁ ଦଣ୍ଡବିଧାନ ପାଇଁ ସବୁଦିନ ପରି କୁଳଗୌରବ ମଧୁସୂଦନଙ୍କ ପାଦ ତଳେ ଶପଥ ନବୀକରଣ ∣
Author: admin
ଓଡ଼ିଶା ପ୍ରଦେଶ ସୃଷ୍ଟିର ଏକମାତ୍ର ଉଦ୍ଦେଶ୍ୟ ଥିଲା ଓଡ଼ିଆ ଭାଷାରେ ଏହାର ପରିଚାଳନା । ଏଥିପାଇଁ ୧୯୫୪ ରେ ଓଡ଼ିଶାର ପ୍ରଥମ ନିର୍ବାଚିତ ବିଧାନସଭା ପ୍ରଣୟନ ଓ ପ୍ରବର୍ତ୍ତନ କରିଥିଲା ଓଡ଼ିଶା ଦାପ୍ତରିକ ଭାଷା ଆଇନ (Odisha Official Language Act) । ଏହି ଆଇନ କାର୍ଯ୍ୟକାରୀ ହୋଇପାରୁନଥିବାରୁ ୨୦୧୫ ରେ ଗଠିତ ମନ୍ତ୍ରୀସ୍ତରୀୟ କମିଟିରେ ସଦସ୍ୟ ଥିବା ସୁଭାଷ ଚନ୍ଦ୍ର ପଟ୍ଟନାୟକ ଆଇନ ସଂଶୋଧନ ମାଧ୍ୟମରେ ଏହି ଆଇନର ସଶକ୍ତିକରଣ ପାଇଁ ନିଜର ପ୍ରସ୍ତାବ ସହ ଏକ ଚିଠାବିଧାନ ପ୍ରଦାନ କରିଥିଲେ । ତାହାକୁ ସମ୍ପୂର୍ଣତଃ କାର୍ଯ୍ୟକାରୀ କରାଯାଇଥିଲେ ଓଡ଼ିଆରେ ଓଡ଼ିଶା ଚାଲିଥାନ୍ତା ଓ ଓଡ଼ିଆ ଜାତି ତା'ର ଭାଷା ଅଧିକାର ପାଇଥାନ୍ତା । ତାହା କରାଗଲା ନାହିଁ । ଓଲଟି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଧାନସଭାକୁ ବିଭ୍ରାନ୍ତ କରି ପ୍ରମାଦପୂର୍ଣ ସଂଶୋଧନ ଦ୍ଵାରା ଆଇନଟିକୁ ଅକର୍ମଣ୍ୟ କରିଦେଇଛନ୍ତି । ଏହାର ପ୍ରତିକାର ପାଇଁ ପ୍ରତିଷ୍ଠା ହୋଇଛି ଭାଷା ଆନ୍ଦୋଳନ, ଓଡ଼ିଶା । ଏହି ୱେବସାଇଟ ସେହି ଆନ୍ଦୋଳନର ନଭମଞ୍ଚ ।
View all posts by admin