ଓଡ଼ିଶା ଦାପ୍ତରିକ ଭାଷା ଆଇନକୁ କାର୍ଯ୍ୟକାରୀ କରାଯାଉନଥିବା ଫଳରେ ଓଡ଼ିଆ ଭାଷା ତାର ବ୍ୟବହାରିକ ଅପରିହାର୍ଯ୍ୟତା ହରାଇ ନଷ୍ଟ ହେବାକୁ ବସିଲାଣି; ତାକୁ ରକ୍ଷା କରିବାକୁ ହେବ ।
ଆଜି ସକାଳ ୧୦ ବେଳେ ଭାଷା ଆନ୍ଦୋଳନର ଡିଜିଟାଲ କଳା ପତାକା ଅଭିଯାନ ମଞ୍ଚ – ଭାଷା ମାଆ ପାଇଁ ପଦେ – ପୃଷ୍ଠାରୁ ଫେସ୍ ବୁକ୍ ମାଧ୍ୟମରେ ସିଧା ପ୍ରସାରିତ ଭାଷଣରେ ଏହା କହିଛନ୍ତି ସ୍ଵନାମଧାନ୍ୟ ପ୍ରାବନ୍ଧିକ ଓ ଚିନ୍ତକ ବୈଷ୍ଣବ ଚରଣ ମହାନ୍ତି ।
ଯାନ୍ତ୍ରିକ ଉପଯୋଗ ପାଇଁ ଆବଶ୍ୟକୀୟ ଲିପି ସଂସ୍କାର ଠାରୁ ଆରମ୍ଭ କରି ପ୍ରଶାସନିକ ଶବ୍ଦକୋଷ ସୃଷ୍ଟି ଆଳରେ ଓଡ଼ିଆ ଭାଷାର ଦାପ୍ତରିକ ବ୍ୟବହାର ବାଧା ପାଇ ଆସିଥିବା ବେଳେ କମ୍ପୁଟର ଯୁଗରେ ମଧ୍ୟ ତତ୍ତୁଲ୍ୟ ବାଧା ଆମ ଭାଷାର ପ୍ରାଥମିକତା ନଷ୍ଟ କରିବାକୁ ବସିଛି ବୋଲି ସେ କହିଥିଲେ ଓ ଏହି ଦୃଶ୍ୟପଟର ପରିବର୍ତ୍ତନ ପାଇଁ ଐକ୍ୟବଦ୍ଧ ଉଦ୍ୟମ ପାଇଁ ଆହ୍ଵାନ ଦେଇଛନ୍ତି ।
